ହେଡଲାଇନସ୍:

ସୁବର୍ଣ୍ଣପୁର ରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ l

User Rating: 1 / 5

Star ActiveStar InactiveStar InactiveStar InactiveStar Inactive
 

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଳା ସଦର ମହକୁମାଠାରେ ୭୬ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସୁବର୍ଣ୍ଣପୁର ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଚଳିତ ବର୍ଷ ସୁବର୍ଣ୍ଣପୁର ରାମେଶ୍ଵର ଷ୍ଟାଡିୟମ୍ ଠାରେ ନିମନ୍ତ୍ରିତ ଅତିଥିଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ କରାଯିବ l ଉକ୍ତଦିନ ପ୍ରାତଃ ସମୟରେ ସହରରେ ରାମଧୁନ ପ୍ରଚାର କରାଯିବ l ସକାଳ ଘ୦୭ଣ୍ଟା ସମୟରେ ସହରର ବିଭିନ୍ନ ଛକରେ ଓ କାର୍ଯ୍ୟାଳୟରେ ଅବସ୍ଥାପିତ ମହାପୁରୁଷ ତଥା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ପୁଷ୍ପମାଲ୍ୟାର୍ପଣ କରାଯିବ l ସକାଳ ଘଂ0୭-୩0 ମି ସମୟରେ ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯିବ l ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥିଙ୍କ ଦ୍ୱାରା ସକାଳ ଘଂ୦୮. ୩୦ ମିନିଟ ସମୟରେ ଷ୍ଟାଡିୟମଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରାଯିବ l ଚଳିତ ବର୍ଷ ପୋଲିସ ବ୍ୟାଣ୍ଡ ଓ ପୋଲିସ ପ୍ୟାରେଡ଼ ଦଳ ସହ ୪୩ ଗୋଟି ଦଳ ଅଂଶ ଗ୍ରହଣ କରିବେ। ପ୍ୟାରେଡ଼ ପଡିଆରେ ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି l ବିଭିନ୍ନ ବିଭାଗ ନିଜ ବିଭାଗର ସଫଳତା ଓ ଜନ କଲ୍ୟାଣ ଯୋଜନା ଶୀର୍ଷକ ଉପରେ ସମ୍ମଳିତ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ସହ ସମ୍ମିଳିତ ପ୍ୟାରେଡ଼ରେ ଅଂଶଗ୍ରହଣ କରିବେ l ବିଭିନ୍ନ ବିଭାଗର କର୍ମଚାରୀ ତଥା ସଂସ୍ଥା ମାନଙ୍କୁ ସେମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ନିମନ୍ତେ ପୁରସ୍କୃତ କରାଯିବ l ସେମାନଂକୁ ସମ୍ପୃକ୍ତ ବିଭାଗୀୟ ଜିଲ୍ଲା ଅଧିକାରୀ ମନୋନୀତ କରିବେ। ଦିବସ ଅବସରରେ ମୁଖ୍ୟ ଅତିଥି ସ୍ଥାନୀୟ କୁଷ୍ଠା ଶ୍ରମ,ଜିଲ୍ଲା ମୁଖ୍ୟ ଡାକ୍ତରଖାନା, ଜିଲ୍ଲା ଶିଶୁ ଗୃହ, ଜିଲ୍ଲା କାରାଗାର ଓ ଭିନ୍ନକ୍ଷମ ବିଦ୍ୟାଳୟ ପାଣିସୀଆଳି ପରିଦର୍ଶନ ସହ ଅନ୍ତେବାସୀଙ୍କୁ ମିଷ୍ଟାନ ବଣ୍ଟନ କରାଯିବାକୁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି। ଉକ୍ତ ଦିନ ସନ୍ଧ୍ୟା 06 ଘଣ୍ଟା ସମୟରେ ନୂତନ ଟାଉନ ହଲଠାରେ ଆୟୋଜିତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ ଓ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜିଲ୍ଲା ସ୍ତରୀୟ ଉତ୍ସବ ପରି ଜିଲ୍ଲାର ଉପଖଣ୍ଡ ସ୍ତରରେ,ବ୍ଲକ ସ୍ତରରେ ମଧ୍ୟ ସମାରୋହ ଅନୁଷ୍ଠିତ ହେବ l ଉତ୍ସବ ପରିପ୍ରେକ୍ଷୀରେ ଜିଲ୍ଳା ଶିକ୍ଷା ଅଧିକାରୀଙ୍କ ତତ୍ୱାବଧାନରେ ଉଚ୍ଚବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ,ଜାତୀୟତା ବୋଧକ ସଙ୍ଗୀତ ଆବୃତ୍ତି, ପ୍ରବନ୍ଧ, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବ l ସେହିପରି ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅଧ୍ୟକ୍ଷ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ କରାଯିବା ନିମନ୍ତେ ବୈଠକରେ ନିଷ୍ପତି ନିଆଯାଇଛି l ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଲିନା ପଧାନ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ପଲ୍ଲବୀ ରାଣୀ ରାଜ , ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟାରୁପା ରଥ, ଜିଲ୍ଲା ସ୍ତରୀୟ ଅଧିକାରୀ ତଥା ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ, ସହରର ବିଶିଷ୍ଟ ବ୍ୟକ୍ତି ବିଶେଷ, ବରିଷ୍ଠ ନାଗରିକ,ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ, ଅଧ୍ୟକ୍ଷ /ଅଧ୍ୟକ୍ଷା,ବିଭିନ୍ନ ସାଂସ୍କୃତିକ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା , ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ବିବରଣୀ ପାଠ କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

0
0
0
s2sdefault