ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କେରାଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କେରାଣ୍ଡି ଗ୍ରାମ ପଞ୍ଚାୟତ ସମେତ ଗଙ୍ଗାବାଡ଼ , ଲକ୍ଷ୍ମୀପୁର ଓ କଇଁପୁର ପଞ୍ଚାୟତର ସମୁଦାୟ ମୋଟ- ୧୦୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୯ ଓ ୦୨ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ
ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣ ବାସୀ ନାୟକ , ଉପ ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ , ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

0
0
0
s2sdefault