ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଅଲଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅଲଡା ଗ୍ରାମ ପଞ୍ଚାୟତ ସମେତ ସାଇଲି , କିଡିଗାଁ ଓ ଗୋରିବନ୍ଧ ପଞ୍ଚାୟତର ସମୁଦାୟ ମୋଟ- ୪୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୬ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଓ ୦୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବି.ସୁଧାରାଣୀ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ , ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 51