-
ଜାନୁଆରୀ ୩୧ ତାରିଖ ଦିବା ୧୧ଟା ଠାରୁ ଆରମ୍ଭ ହେବପଞ୍ଜୀକରଣ
-
ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗପକ୍ଷରୁ ସୂଚନା
ଭୁବନେଶ୍ୱର ତା-୩୦.୦୧.୨୦୨୫: ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମାନ୍ୟବର ମୁଖ୍ୟମନ୍ତ୍ରୀଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ। ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣଜନଶୁଣାଣିପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।