ସୁବର୍ଣ୍ଣପୁର , ଶାସକ ପ୍ରଶାସକ(ପ୍ରକାଶ କୁମାର ହାତୀ)ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ଖୋର୍ଦ୍ଧା ଜିଲ୍ଲାରୁ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ପରିପ୍ରେକ୍ଷୀରେ ଡୁଙ୍ଗୁରିପାଲି ବ୍ଲକ ଆର ଏମ୍ ସି ଠାରେ ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଭିଡିଓ ଦିଲ୍ଲିପ କୁମାର ବାଡା , ଅହଲ୍ୟା ସାହୁ ବ୍ଲକ ଅଧ୍ୟକ୍ଷା ଅହଲ୍ୟା ସାହୁ, ବ୍ଲକ ଉପାଧ୍ୟକ୍ଷ ବେଲାର ସାହୁ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଅନ୍ୟ ମାନଙ୍କ ସମେତ ସମସ୍ତ ସରପଞ୍ଚ, ଜିଲ୍ଲା ପରିଷଦ ସଭ୍ୟ ସଭ୍ଯା,ସମିତି ସଭ୍ୟ ସ୍ଵଭ୍ୟା, ଏମ୍ ବିକେ ,ସିଆରପିଙ୍କ ସହ ଶତାଧିକ ମହିଳା ଉପସ୍ଥିତ ଥିଲେ ।
ଏହି ଯୋଜନାରେ ଗାଁ ଗୁଡିକରେ ଭିତ୍ତିଭୂମିର ବିକାଶ ପାଇଁ ବର୍ଷକୁ ଏକ ହଜାର କୋଟି ଟଙ୍କା ଲେଖାଏଁ, ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କା ବିନିଯୋଗ କରାଯିବ । ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଆବଶ୍ୟକ ହେଲେ, ଏହି ଯୋଜନାକୁ ଆହୁରି ସମ୍ପ୍ରସାରିତ କରାଯିବ । ଏହି ଯୋଜନାରେ ଗାଁର ମୌଳିକ ଭିତ୍ତିଭୂମିର ବିକାଶ ପାଇଁ ଲକ୍ଷ୍ୟ ରଖାଯାଇଛି । ବିଶେଷ କରି ଗାଁ ଭିତରର ରାସ୍ତା ଓ ଗାଁକୁ ଗାଁ ସହିତ ଯୋଡୁଥିବା ରାସ୍ତା ନିର୍ମାଣ ଉପରେ ପ୍ରାଧାନ୍ୟ ଦିଆଯାଇଛି । ଏଥିରେ ପିଚୁ ରାସ୍ତା, ସିମେଣ୍ଟ କଂକ୍ରିଟ୍ ରାସ୍ତା, ପେଭର ବ୍ଲକ ରାସ୍ତା, ସେତୁ ଓ କଲଭର୍ଟ ଆଦି ନିର୍ମାଣ କରାଯାଇ ପାରିବ । ଜଙ୍ଗଲ ଅଞ୍ଚଳରେ ଥିବା ରାସ୍ତା ଗୁଡିକୁ ମଧ୍ୟ ଏଥିରେ କଂକ୍ରିଟ୍ କରାଯାଇ ପାରିବ ।
ଏହା ସହିତ ସର୍ବ ସାଧାରଣ ବ୍ୟବହାର ଉପଯୋଗୀ ସ୍ଥାନ- ଯେପରି କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧେଇବା ଘାଟର ଉନ୍ନତି, ପରିଧାନ ପରିବର୍ତ୍ତନ ପ୍ରକୋଷ୍ଟ, ମାର୍କେଟ୍ ସେଡ୍ ଆଦି ନିର୍ମାଣ କରାଯିବ । ସେହିପରି, ପୂଜାପାଠ ସ୍ଥାନ, ତୀର୍ଥଯାତ୍ରୀଙ୍କ ପାଇଁ ମୌଳିକ ସୁବିଧାର ବିକାଶ, ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ, ସାଂସ୍କୃତିକ କେନ୍ଦ୍ର ଆଦି ପ୍ରକଳ୍ପର ମଧ୍ୟ ନିର୍ମାଣ କରାଯାଇ ପାରିବ। ଶିକ୍ଷା ଭିତ୍ତିଭୂମିର ବିକାଶ ପାଇଁ ମଧ୍ୟ ଏଥିରେ ଯୋଜନା ରଖାଯାଇଛି । ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ ଏବଂ ଯେଉଁ ଭିତ୍ତିଭୂମି ଅଛି ତା’ର ଉନ୍ନତି ଓ ସମ୍ପ୍ରସାରଣ ମଧ୍ୟ କରାଯାଇ ପାରିବ । ଏହା ସହିତ କ୍ରୀଡା ଭିତ୍ତିଭୂମି, କ୍ଷୁଦ୍ର ପର୍ଯ୍ୟଟନ ଭିତ୍ତିଭୂମି ଆଦି ମଧ୍ୟ ନିର୍ମାଣ କରାଯିବାର ବ୍ୟବସ୍ଥା ରହିଛି । ସେହିପରି ଡୁଙ୍ଗୁରିପାଲି ଥାନାଧିକାରୀ ସତ୍ୟନାରାୟଣ ପ୍ରଧାନ ନେତୃତ୍ୱରେ ପୁଲିସ ଓ ଅଗ୍ନିଶମ ବାହିନୀ ଶାନ୍ତି ଶୃଙ୍ଖଳା ଦାୟିତ୍ୱରେ ନିୟୋଜିତ ଥିଲେ।