ହେଡଲାଇନସ୍:

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୧ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୩ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଗୋଟିଏ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଛି। ଅନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ଡୁଙ୍ଗୁରିପାଲି ଦିଲୀପ କୁମାର ବାରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ଶ୍ରୀମତୀ ସୌମ୍ୟାରୁପା ରଥ , ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

0
0
0
s2sdefault