ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ମାସ ମାର୍ଚ୍ଚ ୮ ତାରିଖରେ ପାରଳାଖେମୁଣ୍ଡି , ରା.ଉଦୟଗିରି , ମୋହନା ଓ କାଶୀନଗରରେ ଅଦାଲତ ପରିସରରେ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି।
ଏହି ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ପ୍ରାକ-ସ୍ତରୀୟ ମକଦ୍ଦମା ଓ ବିଚାରଧିନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ ବାଉନସ , ବ୍ୟାଙ୍କ ଋଣ , ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ , ଶ୍ରମ ବିବାଦ , ଲୋକସେବା ସମ୍ବନ୍ଧୀୟ ମାମଲା , ବୈବାହିକ ବିବାଦ (ଛାଡପତ୍ର ବ୍ୟତୀତ) , ପାରିବାରିକ ବିବାଦ , ଜମି ଅଧିଗ୍ରହଣ , ଚାକିରି ସମ୍ବନ୍ଧୀୟ (ପେନସନ), ରାଜସ୍ବ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମାମଲାର ବିଚାରଣା ହେବ।
ଲୋକ ଅଦାଲତରେ ମକଦ୍ଦମା ଅବା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡିବ ନାହିଁ। ଲୋକ ଅଦାଲତଙ୍କ ରାୟ ବୈଧ ଓ ଚୁଡାନ୍ତ। ଦୀର୍ଘଦିନ ଧରି ଚାଲୁରହିଥିବା ମକଦ୍ଦମାର ସହଜ ସମାଧାନପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇବା ପାଇଁ ଏହା ଏକ ସୁଯୋଗ। ସବିଶେଷ ବିବିରଣୀ ନିମନ୍ତେ ନୂତନ କୋର୍ଟ ପରିସରରେ ଥିବା ଜିଲ୍ଲା ଆଇନ ସେବା ପ୍ରାଧିକରଣ , ପାରଳାଖେମୁଣ୍ଡି କିମ୍ବା ରା.ଉଦୟଗିରି ଓ ମୋହନା କୋର୍ଟ ପରିସରେ ଥିବା ତାଲୁକ ଆଇନ ସେବା କମିଟି କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଉଛି ।
ରାଜ୍ୟ
ଆସନ୍ତା ମାର୍ଚ୍ଚ ୮ ତାରିଖରେ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ
- Hits: 55