ହେଡଲାଇନସ୍:

ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ):ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ଥିତ ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏସଏମସି ଚେୟାରପର୍ସନ ପ୍ରମିଳା ଭୋଇ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବରିଷ୍ଠ ମୃତ୍ତିକା ଶିଳ୍ପୀ ଦୁଲ୍ଲଭ ରଣା ମୁଖ୍ୟ ଅତିଥିଭାବେ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ l ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ଲୋକନାଥ ଦଣ୍ଡସେନା ଯୋଗଦେଇ ବିଦ୍ୟାଳୟ ର ଉନ୍ନତି ପାଇଁ ଛାତ୍ରଛାତ୍ରୀ,ଅବିଭାବକ ଓ ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ ର ହାତ ବଢ଼ାଇବାକୁ ପ୍ରେରଣା ଦେଇଥିଲେ l ସିଆରସିସି ନରେନ୍ଦ୍ର ପୁରୋହିତ,ଅଙ୍ଗନୱାଡି କର୍ମୀ ସୌଦାମିନୀ ମାଝୀ,ପଞ୍ଚସଖା ଶିକ୍ଷାସେତୁ ସଭାପତି କପିଳାସ ପଣ୍ଡା ସମ୍ମାନିତ ଅତିଥିଭାବେ ଯୋଗଦେଇ ମନ ଯୋଗୀ ହୋଇ ପାଠ ପଢି ଉଜ୍ଜ୍ୱଳ ଭବିଷ୍ୟତ ଗଢିବାକୁ ପ୍ରେରଣା ଦେବା ସହ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନକରି ଉତ୍ସାହିତ କରିଥିଲେ l ବରିଷ୍ଠ ଶିକ୍ଷକ ଅଭିରାମ ପରାଭୂଏ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ପ୍ରଧାନଶିକ୍ଷୟିତ୍ରୀ କୁମୁଦିନୀ ମହାନନ୍ଦ ବାର୍ଷିକ ବିବରଣୀ ପଠନ କରିଥିଲେ l ଛାତ୍ରୀମାନେ ସ୍ୱାଗତ ସଂଗୀତ ଗାଇବା ସହ ଅତିଥିଙ୍କୁ ଫୁଲତୋଡ଼ା ଓ ଉପଢୌକନ ଦେଇ ସ୍ୱାଗତ କରିଥିଲେ l ଶିକ୍ଷକ ଅଭିରାମ ପରାଭୂଏ ସଭାପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ରଶ୍ମିତା କୁଅଁର ଧନ୍ୟବାଦ ଅର୍ପଣ କରିଥିଲେ l ବ୍ରାହ୍ମଣୀପାଲି ଗ୍ରାମବାସୀ, ଏସଏମସି ସଭ୍ୟସଭ୍ୟା, ଶତାଧିକ ଛାତ୍ରଛାତ୍ରୀ ଓ ଅବିଭାବକ ଭାଗନେଇ ସହଯୋଗ କରିଥିଲେ l ଛାତ୍ରଛାତ୍ରୀ ଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ ଙ୍କ ମନ ମୋହିଥିଲା l

0
0
0
s2sdefault