ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟରସ୍ଥିତ ଧାତୁକିପାଲି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ସ୍ୱୟଂସହାୟକ ଗୋଷ୍ଠୀ ସଭାନେତ୍ରୀ ଉର୍ମିଳା ବେହେରା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଅନୁଷ୍ଠିତ ହୋଇ ଯାଇଛି l ଅବସରପ୍ରାପ୍ତ ଶିକ୍ଷକ ଲୋକନାଥ ଦଣ୍ଡସେନା ମୁଖ୍ୟ ଅତିଥି,ସିଆରସିସି ନରେନ୍ଦ୍ର ପୁରୋହିତ ମୁଖ୍ୟ ବକ୍ତା,ବରିଷ୍ଠ ନାଗରିକ ରଘୁମଣି ପଧାନ ସମ୍ମାନିତ ଅତିଥିଭାବେ ଉପସ୍ଥିତ ଥିଲେ l ପ୍ରଧାନ ଶିକ୍ଷକ ମୋହନଚରଣ ନାଏକ ବାର୍ଷିକ ବିବରଣୀ ପଠନ କରିଥିବାବେଳେ ଶିକ୍ଷକ ହାରାଧନ ରଣା ସଭା ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ l ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ତଥା ବିଭିନ୍ନ ସମୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା, ତଥା ପ୍ରଥମ ସମାପ୍ତିସୂଚକ ମୂଲ୍ୟାୟନ ରେ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଙ୍କୁ ପ୍ରମାଣପତ୍ର ସହିତ ପୁରସ୍କାର ଦିଆଯାଇଥିଲା l ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକ ଙ୍କ ମନମୋହିଥିଲା l ସମସ୍ତ ଛାତ୍ରଛାତ୍ରୀ, ଅବିଭାବକ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟସଭ୍ୟା,ଧାତୁକିପାଲି ଗ୍ରାମବାସୀ ସହଯୋଗ କରିଥିଲେ l
ରାଜ୍ୟ
ଧାତୁକିପାଲି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ
- Hits: 20