ରାୟଗଡ: ରାୟଗଡ ସହର ସ୍ଥିତ ସାଇପ୍ରିୟା ନଗରରେ ଥିବା ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ସାଇପ୍ରିୟା ୱେଲଫର ଟ୍ରଷ୍ଟର କାର୍ଯ୍ୟାଳୟରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ "ପରିବେଶ ସୁରକ୍ଷା ଦିଗରେ ନାଗରିକଙ୍କ ଭୂମିକା" ବିଷୟ ବସ୍ତୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା କରାଯାଇ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ସାଇପ୍ରିୟା ୱେଲଫର ଟ୍ରଷ୍ଟର ସମ୍ପାଦକ ଶ୍ରୀ ଦୟାନନ୍ଦ ଖାଡଙ୍ଗାଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରଦୀପ କୁମାର ଦାଶ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପରିବେଶର ସୁରକ୍ଷା, ମାନବ ସମାଜରେ ବୃକ୍ଷର କିଭଳି ଆବଶ୍ୟକତା ରହିଛି ଏବଂ ବର୍ତ୍ତମାନ ସମୟରେ ପରିବେଶର ସୁରକ୍ଷା ଦିଗରେ ନାଗରିକଙ୍କ କଣସବୁ ଭୂମିକା ରହିଛି ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଏହି ଅବସରରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ୧୫ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ "ପରିବେଶ ସୁରକ୍ଷା ଦିଗରେ ନାଗରିକଙ୍କ ଭୂମିକା" ବିଷୟ ବସ୍ତୁ ନେ଼ଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା । ଏଥିରେ ଦୀକ୍ଷିତା ଭଲ୍ଲୀ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବବଳୀ ବିଶ୍ଵକର୍ମା ଦୂତୀୟ ଓ ନବସ୍ମିତା ନାୟକ ତୃତୀୟ ସ୍ଥାନ ଅଧିକାର ହାସଲ କରିଥିଲେ । ଉକ୍ତ ପ୍ରତିଯୋଗିତାରେ ବିଜୟ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ଓ ସମସ୍ତ ଅଥିତିଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯିବା ସହ ଉକ୍ତ ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ସ୍ଵନ୍ତନା ମୂଳକ ପୁରସ୍କାର ଭାବେ ମାନପତ୍ର ଅତିଥିଙ୍କ ଦ୍ୱାରା ପ୍ରଦାନ ଯାଇଥିଲା । ଏହି ଅବସରରେ ସାଇପ୍ରିୟା ୱେଲଫର ଟ୍ରଷ୍ଟର ସଭ୍ୟା ଶ୍ରୀମତୀ ମହାଶ୍ଵେତା ପାଣିଗ୍ରାହି , ସଭ୍ୟ ଅରୁଣ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନାରେ ସହଯୋଗ କରିଥିଲେ ।
ରାଜ୍ୟ
ପରିବେଶ ସୁରକ୍ଷା ଦିଗରେ ନାଗରିକଙ୍କ ଭୂମିକା ନେଇ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଏକ ବକୃତା ପ୍ରତିଯୋଗିତା ଅନୁଷ୍ଠିତ
- Hits: 6