ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଇଚ୍ଛାପୁର କ୍ଲଷ୍ଟର ର ଚୈତନ୍ୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଇଚ୍ଛାପୁରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ବିଘ୍ନବିନାଶକ ପ୍ରଭୁ ଶ୍ରୀ ଗଣେଶ ଙ୍କ ଠାରେ ଅତିଥିମାନଙ୍କ ଦ୍ଵାରା ପୂଜାର୍ଚ୍ଚନା କରି ବାର୍ଷିକ ଉତ୍ସବର ଶୁଭାରମ୍ଭ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟ ର ସହକାରୀ ଶିକ୍ଷକ ଧୀରେନ୍ଦ୍ର ନାରାୟଣ ବାରିକ ବିଦ୍ୟାଳୟର ବିବରଣୀ ପଠନ କରିଥିବା ବେଳେ ପ୍ରଧାନ ଶିକ୍ଷକ ସହଦେବ ଭୁଏ ସ୍ବାଗତ ଭାଷଣ ଦେଇଥିଲେ । ଏହି ଉତ୍ସବରେ ଡୁଙ୍ଗୁରିପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ କିଶାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଇଚ୍ଛାପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀଯୁକ୍ତ ପ୍ରଶାନ୍ତ ସାହୁ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଞ୍ଜାଳୁ ମିର୍ଦ୍ଧା ଓ ଶ୍ରୀଯୁକ୍ତ ଜଗତ ମଲ୍ଲିକ, ଇଚ୍ଛାପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧାଂଶୁ ଶେଖର ସାହୁ, ଚିନାଜୁରୀ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରମେଶ କୁମାର ଭୋଇ, ସର୍ଗୁଳ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନୀଳକଣ୍ଠ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କୁ ପ୍ରେରଣା ବାର୍ତ୍ତା ଦେଇ ଉତ୍ସାହିତ କରିଥିଲେ । କଳା ଶିକ୍ଷକ ପ୍ରମୋଦ ସାହୁ ସଭାକାର୍ଯ୍ୟ ପରିଚାଳନା କରିଥିଲେ । ଏହି ଉତ୍ସବରେ ନିକଟସ୍ଥ ବିଦ୍ୟାଳୟର ଶିକ୍ଷକ ଲଳିତ ବାଗ, ମହେନ୍ଦ୍ର ପାତ୍ର, ରୁଷଭ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ସମାପ୍ତି ସୂଚକ ମୂଲ୍ୟାୟନ-୧ ରେ ପ୍ରଥମ, ଦ୍ଵିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଏବଂ ବିଦ୍ୟାଳୟ ବାର୍ଷିକ କ୍ରୀଡ଼ାରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଟ୍ରଫି ଓ ପ୍ରମାଣ ପତ୍ର ଦେଇ ଉତ୍ସାହିତ କରାଯାଇଥିବା ବେଳେ ବିଦ୍ୟାଳୟର ତିନି ଜଣ ପୂର୍ବତନ ଛାତ୍ରଙ୍କୁ ସମ୍ମାନିତ କରାଯାଇଥିଲା । ପରେ ଛାତ୍ର ଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଇଚ୍ଛାପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧାଂଶୁ ଶେଖର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଏହି ଉତ୍ସବଟି ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରକାଶ କନ୍ଧପାଣି କମିଟିର ସମସ୍ତ ସଭ୍ୟ ସଭ୍ୟା, ବିଦ୍ୟାଳୟର ଶିକ୍ଷକ ନରେନ୍ଦ୍ର ପଧାନ, ସ୍ୱେଚ୍ଛାସେବୀ ଅରୁଣ ଥପା, ଗୋପାଳ ମଲ୍ଲିକ, ପାଚିକା ସହାୟିକା ଏବଂ ଗ୍ରାମବାସୀ ବୃନ୍ଦ ପୂର୍ଣ୍ଣ ସହଯୋଗ କରିଥିଲେ । ସର୍ବଶେଷରେ ଶିକ୍ଷକ ଜିବର୍ଦ୍ଧନ ସାମନି ଧନ୍ୟବାଦ ଅର୍ପଣ କରିଥିଲେ ।
ରାଜ୍ୟ
ଚୈତନ୍ୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
- Hits: 6