ହେଡଲାଇନସ୍:

ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ବିଦାୟକାଳୀନ ସଭା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବେଲଗୁଣ୍ଠା, (ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ଏବଂ ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷା ଛାତ୍ରଛାତ୍ରୀଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ପଦାର୍ଥ ବିଜ୍ଞାନ ବିଭାଗର ମୁଖ୍ୟ ଡ.ଗିରିଧର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଟିତ ହୋଇଯାଇଛି I ଅନୁଷ୍ଠାନର ପ୍ରଥମ ଏବଂ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ରସାୟନ ବିଜ୍ଞାନ ବିଭାଗୀୟ ମୁଖ୍ୟ ଡ.ଇ.ରବିନାରାୟଣ ପାତ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରି ସାର ଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ I ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଡ.ସଂଜୀବ କୁମାର ଦାସ ଏବଂ ସଞ୍ଜୟ କୁମାର ପଣ୍ଡା ଯୋଗ ଦେଇଥିଲେ I କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ଶ୍ରୀନିବାସ ତ୍ରିପାଠି, ତପନ କୁମାର ତ୍ରିପାଠିଙ୍କ ସମେତ ଅନୁଷ୍ଠାନର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀ ସହଯୋଗ କରିଥିଲେ I ଛାତ୍ରୀ କାଜଲ୍ ସ୍ୱାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ I

0
0
0
s2sdefault