ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା ଓ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି , ଶ୍ରୀ ସିଦ୍ଧାର୍ଥ ଜୈନ୍ , ଆଇଏଫ୍ଏସ୍ , (ପ୍ରବେସନ୍) ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳକଇଠା , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୮୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୬୩ ଗୋଟି ଓ ୫ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଓ ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ଓ ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 18