ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୩/୦୩/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସଦର ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଗୀତାଞ୍ଜଳି ନିହାଲ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭଗବାନ ମାଝୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଏ ବାଲ ରାଜୁ, ବରିଷ୍ଠ ସାମ୍ବାଦିକ ସଞ୍ଜୟ କୁମାର ପାଢ଼ୀ, ସିଆରସିସି ପ୍ରସନ୍ନ ଦଣ୍ଡସେନା,ପ୍ରମୁଖ ଯୋଗ ଦେଇଥିଲେ। ସହକାରୀ ଶିକ୍ଷୟତ୍ରି ଲିଳିମା ଦାସ ଅତିଥି ପରିଚୟ ସହ ମଞ୍ଚ ପରିଚାଳନା କରିଥିଲେ। ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ବଳନ କରାଯାଇ ବାର୍ଷିକ ଉତ୍ସବ ର ଆନୁଷ୍ଠାନିକ ଉଦଘାଟନ କରାଯାଇଥିଲା। ବିଦ୍ୟାଳୟ ର ଶିକ୍ଷକ ଶରତ କୁମାର ମହାରଣା ବାର୍ଷିକ ବିବରଣୀ ପାଠ କରିଥିଲେ। ମୁଖ୍ୟ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭଗବାନ ମାଝୀ ଛାତ୍ରଛାତ୍ରୀ ମାନଙ୍କୁ ବାର୍ଷିକ ଉତ୍ସବ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ କହିବା ସହ ନିଜ ଭିତରେ ଥିବା ଲୁକ୍କାୟିତ ପ୍ରତିଭା କୁ ଉନ୍ମୋଚିତ କରିବାକୁ କହିଥିଲେ। ଏହି ଅବସରରେ ପୂର୍ବରୁ ବାର୍ଷିକ କ୍ରୀଡା ରେ ପ୍ରଥମ ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ଅପରାହ୍ନ ରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ର ଶିକ୍ଷୟତ୍ରି ପ୍ରମିଳା ମାଝୀ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ସେହିପରି ଚିକିଲି ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ମଧ୍ୟ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରାଇ ସିଂ ପୂଜାରୀ ଙ୍କ ତତ୍ତ୍ଵାବଧାନରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ପୂର୍ବରୁ ଆୟୋଜିତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବା ସହ ଅପରାହ୍ନରେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ରାଜ୍ୟ
ଡାବୁଗାଁ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ
- Hits: 4