ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୫ ସ୍ଥାନୀୟ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ,ପାରଳାଖେମୁଣ୍ଡି ଠାରେ ଆୟୋଜନ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀ ଅନୁପ ପଣ୍ଡା , ଉପ-ଜିଲ୍ଲାପାଳ , ପାରଳାଖେମୁଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ଶ୍ରୀଯୁକ୍ତ ଲୋକନାଥ ଶବର , ଗୋଷ୍ଠୀ ଉନ୍ନୟନ ଅଧିକାରୀ , ନୂଆଗଡ , ଶ୍ରୀଯୁକ୍ତ ଲକ୍ଷ୍ମଣ କୁମାର ମୁର୍ମୁ , ନିର୍ବାହୀ ଅଧିକାରୀ , ପୌରପରିଷଦ , ପାରଳାଖେମୁଣ୍ଡି , ଶ୍ରୀମତୀ ପି.ସୁନିତା , ପରିଚାଳିକା , SWWS ସ୍ବେଚ୍ଛାସେବୀ ସଂଗଠନ , ଜସ୍ମିନ ଶେଖ ଓ ମଧୁ ବରାଡ ପ୍ରମୁଖ ମଞ୍ଚାସୀନ ହୋଇଥିଲେ। ଶ୍ରୀଯୁକ୍ତ ସନ୍ତୋଷ କୁମାର ନାୟକ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ।
ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା। ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ , ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ , ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତା ଯୋଗ ଦେଇଥିଲେ।
ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ।
ରାଜ୍ୟ
ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ତୃତୀୟଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୫ :ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ
- Hits: 103