ହେଡଲାଇନସ୍:

କିଟ୍‍ ଓ କିସ୍‍ ପକ୍ଷରୁ ଉତ୍କଳ ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, ୧ ।୪: କିଟ୍‍ ଓ କିସ୍‍ ପକ୍ଷରୁ ଉତ୍କଳ ଦିବସ ମଙ୍ଗଳବାର ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ କିଟ୍‍ ଓ କିସ୍‍ ପକ୍ଷରୁ ଓଡ଼ିଶାର ବରପୁତ୍ରମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ ପରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ସେମାନଙ୍କ ଉଲ୍ଲେଖନୀୟ ଅବଦାନର ସ୍ମୃତିଚାରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ୨୦୩୬ରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଗଠନର ଶହେବର୍ଷ ପୂରଣ କରିବାକୁ ଯାଉଛି। ଇତି ମଧ୍ୟରେ ଓଡ଼ିଶା ବିଭିନ୍ନ କ୍ଷେତ୍ରରେ ଅଗ୍ରଗତି କରିଥିବା ବେଳେ ବିଗତ ୩ ଦଶନ୍ଧୀ ଧରି ଓଡ଼ିଶାର ବିକାଶରେ କିଟ୍‍ ଓ କିସ୍‍ର ଯୋଗଦାନ ରହିଆସିଛି ଏବଂ ଆଗାମୀ ଦିନରେ ମଧ୍ୟ ଓଡ଼ିଶାର ବିକାଶ ଧାରାରେ କିଟ୍‍ ଓ କିସ୍‍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ବୋଲି ଶ୍ରୀ ସାମନ୍ତ କହିଥିଲେ। କିସ୍‍ ବିଶ୍ୱବିଦ୍ୟାଳୟର ଉପକୁଳାଧିପତି ପ୍ରଫେସର ଅମରେଶ୍ୱର ଗାଲା ଉତ୍କଳୀୟ ସଂସ୍କୃତି, ପରମ୍ପରା ଓ ଐତିହ୍ୟର ଉଚ୍ଚ ପ୍ରଶଂସା କରି ୟୁନେସ୍କୋ ସାଂସ୍କୃତିକ ଐତିହ୍ୟରେ କଟକ ବାଲିଯାତ୍ରା ସ୍ଥାନ ପାଇବାକୁ ଯାଉଥିବା ବିଷୟ ଉଲ୍ଲେଖ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ପ୍ରଫେସର ଶରଣଜିତ ସିଂହ, ଉପକୁଳପତି ଡା. ସିବିକେ ମହାନ୍ତି ଓ କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ପ୍ରମୁଖ ଉତ୍କଳ ଦିବସ ଉପରେ ନିଜନିଜର ମତ ରଖିଥିଲେ। ଶେଷରେ କିଟ୍‍ ଓ କିସ୍‍ କଳାକାରଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇଥିଲା।

0
0
0
s2sdefault