ହେଡଲାଇନସ୍:

ଖଡିଆଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ନୂଆପଡ଼ା ଜିଲ୍ଲା ରୁ କଲି ମ ମହମ୍ମଦ କ ରିପୋର୍ଟ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଆରକ୍ଷୀ ଅଧିକ୍ଷକ ଜି ଆର୍ ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଗ୍ରୀଷ୍ମ ଋତୁ ପାଇଁ ଶିବିର ସକାଳ 07 ଘ ରେ ଆରମ୍ଭ ହୋଇଥିଲା।ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା । ଆଜି ଶିବିରରେ 31 ଟି ବ୍ୟକ୍ତିଗତ , 7 ଟି ଗୋଷ୍ଠୀଗତ ମୋଟ 38 ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ପି ଙ୍କ ସହିତ ବନଖଣ୍ଡ ଅଧିକାରୀ ଖରୀଆର ଅଜିଜ ଖାନ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ l

ଶିବିରରେ ଜଙ୍ଗଲ ଅଧିକାର ବ୍ୟକ୍ତିଗତ ସ୍ଵୀକୃତି ଶିରୋନାମାରେ ଯୁନାପାଣୀ ଗାଁର 12 ଜଣ ବ୍ୟକ୍ତିଙ୍କୁ, ଗୋଷ୍ଠୀ ଜଙ୍ଗଲ ଅଧିକାରରେ 3 ଟି ଗାଁ ପଦ୍ମପୁର, ମହୁଲି ଝରନ, ଶରଧାପୁରଙ୍କୁ ଏବଂ ଗୋଷ୍ଠୀ ଜଙ୍ଗଲ ସମ୍ବଳ ଅଧିକାରରେ 3 ଟି ଗାଁ ପଦ୍ମପୁର,ଭଇରାଜପୂର୍, ମନ୍ତ୍ରୀ ତରାଇ କୁ ଜମି ପଟ୍ଟା ବଣ୍ଟନ କରଯାଇଥିଲା।ଶିବିର ପରିଚାଳନାରେ ଡେପୁଟି କଲେକ୍ଟର ଶେଖ୍ ନସିମ, ହେମନ୍ତ ପୁଟା,ବିଡ଼ିଓ ନରସିଂହ ଗଡବା , ଅତିରିକ୍ତ ତହସିଲଦାର ତ୍ରିଲୋଚନ ନାୟକ, ଇ ଓ ଖରୀଆର ଏନ୍ ଏ ସି ସ୍ଵାଧୀନ ମହାରଣା ପ୍ରମୁଖ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ସମସ୍ତ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ,ବ୍ଲକ ସ୍ତରୀୟ ଅଧିକାରୀ , କର୍ମଚାରୀ ଏବଂ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ। ଏହି ଅବସରରେ ବ୍ଳକ୍ ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ଆୟୋଜନ ହୋଇଥିଲା l

0
0
0
s2sdefault