ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

User Rating: 4 / 5

Star ActiveStar ActiveStar ActiveStar ActiveStar Inactive
 

ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ )ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ତନ୍ମଧ୍ୟରେ ୨ ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କାର୍ରଯାଇଛି। ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ଡୁଙ୍ଗୁରିପାଲି ଦିଲୀପ କୁମାର ବାଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟାରୁପା ରଥ , ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ,ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

0
0
0
s2sdefault