ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଅବାରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅବାରସିଂ ଗ୍ରାମ ପଞ୍ଚାୟତ ସମେତ ଛେଳିଗଡ଼ , ରଣ୍ଡିବା ଓ ମହେନ୍ଦ୍ରଗଡ ପଞ୍ଚାୟତର ସମୁଦାୟ ମୋଟ- ୪୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୭ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୧ ଗୋଟି ଅଭିଯୋଗ ଆସିଥିଲା , ଏହି ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରିମନ ଖର୍ସେଲ , ତହସିଲଦାର ଜ୍ୟୋତିମୟ ଦାଶ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 49