ହେଡଲାଇନସ୍:

ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ |

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର: ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି | ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଫୋଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ | ମୁଖ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ଏଲ.ଭୀ.ଏସ.ଏସ. ପାତ୍ରୁଡୁ ସଂଯୋଜନା କରିଥିଲେ | ଆମ୍ବେଦକର ଜୟନ୍ତୀ ଅବସରରେ ପୂର୍ବତଟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା ରୋଡ଼, ସମ୍ବଲପୁର, ୱାଲଟିୟର ଓ ରାୟଗଡା ଠାରେ ମଣ୍ଡଳ ରେଳବାଇ ପ୍ରବନ୍ଧକ ମାନଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀମାନେ ଆମ୍ବେଦକରଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ |

0
0
0
s2sdefault