ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ସୋଆ ଆଇବିସିଏସରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, ଜୁନ୍ ୧୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ପକ୍ଷରୁ ଏକାଦଶ ଆନ୍ତର୍ଜାତିକ ଯୋଗ ଦିବସ ପରିପ୍ରେକ୍ଷୀରେ ଜୁନ୍ ୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ୫ ଦିନ ବ୍ୟାପୀ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି ।
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ଏହି କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।
ସୋଆର ଯୋଗ ପ୍ରଶିକ୍ଷକ ଶ୍ରୀ ଅଖିଳ ଚନ୍ଦ୍ର ରଣା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆଇବିସିଏସ୍ ଏନ୍ଏସଏସ୍ ପ୍ରୋଗ୍ରାମ ଅଫିସର ଶ୍ରୀ ଅନନ୍ତ ପ୍ରସାଦ ନନ୍ଦ ତାଙ୍କୁ ସହାୟତା କରିଥିଲେ ।
ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଆଇବିସିଏସ୍ ଡିନ୍ ପ୍ରଫେସର ଅୟସକାନ୍ତ ମହାନ୍ତି, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏବଂ ଆସୋସିଏଟ୍ ଡିନ୍ ପ୍ରଫେସର ମନୋରଞ୍ଜନ ଦାଶ ଯୋଗ ଦେଇଥିଲେ ।

0
0
0
s2sdefault