ଜଗତସିଂହପୁର,ତା ୧୭.୦୬.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜିଲ୍ଲାସ୍ତରୀୟ ବିକାଶ ମେଳାର ଷଷ୍ଠ ସନ୍ଧ୍ୟା ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଏବଂ ମିଶନ ଶକ୍ତି ପକ୍ଷରୁ ଆୟୋଜିତ ହୋଇଥିଲା । ସଭାରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର ଶ୍ରୀ ଜ୍ୟୋତି ଶଙ୍କର ରାୟ ଓ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜଗତସିଂହପୁର ଶ୍ରୀ ରବି ନାରାୟଣ ଜେଠୀ ଲକ୍ଷପତି ଦିଦି ମାନଙ୍କୁ ସହାୟତା ରାଶି ପ୍ରଦାନ କରିବା ସହ ଭିଜନ ଓଡ଼ିଶା ୨୦୩୬ ଓ ବିକଶିତ ଭାରତ ୨୦୪୭ ଉପଲକ୍ଷେ ହୋଇଥିବା ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ର ପ୍ରତିଯୋଗିତା ର ବିଜେତା ମାନଙ୍କୁ ପୁରସ୍କୃତ କରିଥିଲେ ।ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କାର୍ଯ୍ୟକର୍ତ୍ତା ମାନଙ୍କୁ ଧନ୍ୟବାଦ ଜଣାଇବା ସହ ସେମାନଙ୍କୁ ପ୍ରୋତ୍ସାହନ କରିଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ଯଶୋଦା ଯୋଜନାରେ ୫ ଜଣ ଶିଶୁ ଙ୍କୁ ୧୨୨୦୦୦ ଟଙ୍କା ର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ର ସମସ୍ତ ବ୍ଲକ୍ ଉନ୍ନୟନ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଡି ପି ସି,ମିଶନ ଶକ୍ତି ପ୍ରମୁଖ ଉପସ୍ଥିତ ଥିଲେ । ପରେ ପରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ରାଜ୍ୟ
ଜିଲ୍ଲାସ୍ତରୀୟ ବିକାଶ ମେଳାର ଷଷ୍ଠ ଦିବସ
- Hits: 9