ହେଡଲାଇନସ୍:

ବୋରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଲକ୍ ବୋରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I

 ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ ଜଳବାୟୁ ପରିବର୍ତ୍ତନକୁ ରୋକିବା ପାଇଁ ବୃକ୍ଷର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରିବା ସହିତ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମର ଉପାଦେୟତା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଓ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ I ସମ୍ମାନିତ ଅତିଥି ଭାବେ ଗାଙ୍ଗପୁର ବନପାଳ ମିତା ପୋଲାଇ ଯୋଗ ଦେଇ ତାଳଗଛ ଓ ନିମ୍ବ ଗଛ ଉପରେ ମନୁଷ୍ୟ ଜୀବନ କିପରି ନିର୍ଭର କରୁଛି କହିବା ସହିତ କେବଳ ବୃକ୍ଷଟିଏ ଲଗେଇଦେଲେ ହେବନି ସେହି ଗଛଟି ବଞ୍ଚିବା ଉପରେ ଗୁରୁତ୍ୱ ଦେବାକୁ ହେବ ବୋଲି ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ବୁଝାଇଥିଲେ I ଅନ୍ୟତମ ଅତିଥି ରୂପେ ସମାଜସେବୀ ଜିତେନ୍ଦ୍ର ନାୟକ,ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର ଡାକୁଆ,ବରିଷ୍ଠ ସମାଜସେବି କେଦାର ବିଶୋଇ,ପୂର୍ବତନ ସିଆରସିସି ପ୍ରମୁଖ ଯୋଗ ଦେଇ ପରିବେଶ ପାଇଁ ବୃକ୍ଷ ନିହାତି ଆବଶ୍ୟକ ବୋଲି କହିଥିଲେ I କାର୍ଯ୍ୟକ୍ରମରେ ସିଆରସିସି ମୃତ୍ୟୁଞ୍ଜୟ ପଣ୍ଡା ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜଗନ୍ନାଥ ପ୍ରଧାନ ମଧ୍ୟ ସହଯୋଗ କରିଥିଲେ I କାର୍ଯ୍ୟକ୍ରମରେ ବନରକ୍ଷୀଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ I

0
0
0
s2sdefault