ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- , ବେଲଗୁଣ୍ଠା ବ୍ଲକ୍ ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠରେ ଜାତୀୟ ମହାକାଶ ଦିବସ ପାଳନ ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା,ପ୍ରବନ୍ଧ,ଚିତ୍ରାଙ୍କନ,ସାଧାରଣ ଜ୍ଞାନ ଏବଂ ପୋଷ୍ଟର୍ ତିଆରି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନର ପ୍ରଧାନ ଶିକ୍ଷକ ମନୋଜ କୁମାର ଘଡ଼େଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉତ୍ସାହର ସହିତ ପ୍ରତିଯୋଗିତା ଗୁଡ଼ିକରେ ଅଂଶଗ୍ରହଣ କରିଥିଲେ I ଦ୍ୱିତୀୟ ପର୍ଯ୍ୟାୟରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ମହାକାଶ ସମ୍ଵନ୍ଧୀୟ ବିଷୟ ଉପରେ ବକ୍ତବ୍ୟ ପ୍ରଦାନ କରିବା ସହିତ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷକ ପ୍ରଭାତ କୁମାର ଗୌଡ଼ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ଡୋକି ସରୋଜିନୀ ଧନ୍ୟବାଦ ଜ୍ଞାପନ କରିଥିଲେ I
ରାଜ୍ୟ
ଜାତୀୟ ମହାକାଶ ଦିବସ ଅବସରରେ ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠରେ ବିଭିନ୍ନ ପ୍ରତିଯୋଗିତା
- Hits: 7