ଜଗତସିଂହପୁର ତା ୨୫.୦୮.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୧୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୧୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୯ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୨୭ ଟି, ଆବାସ ଯୋଜନା ସମ୍ପର୍କୀୟ ୧୫ ଟି,ଜମିଜମା ସମସ୍ୟା ସମ୍ପର୍କୀୟ ୧୪ ଟି, ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସହାୟତା ପାଇଁ ୪ ଟି, ଭତ୍ତା ପାଇବା ପାଇଁ ୧୪ ଟି, ପୋଲିସ ସହାୟତା ପାଇଁ ୨ ଟି ଏବଂ ଅନ୍ୟାନ୍ୟ ୨୯ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୫ ଟି ଅଭିଯୋଗର ତତକାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ଉପଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସତ୍ୟବ୍ରତ ଦାସ, ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତିର୍ତ୍ତୋଲ, ତହସିଲଦାର, ତିର୍ତ୍ତୋଲ , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ରାଜ୍ୟ
ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
- Hits: 49