ହେଡଲାଇନସ୍:

ବାଣପୁର ବ୍ଲକ ନରେନ୍ଦ୍ରପୁର ଗ୍ରାମ ପଂଚାୟତରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ବାଣପୁର (ସେକ କୌସର):ଆଜି ପୂର୍ବାହ୍ନରେ ଜିଲ୍ଲାର ବାଣପୁର ବ୍ଲକ ଅନ୍ତର୍ଗତ, ନରେନ୍ଦ୍ରପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନ ର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ମାନ୍ୟବର ମନ୍ତ୍ରୀ ଆଇନ, ପୂର୍ତ୍ତ ଓ ଅବକାରୀ ଙ୍କ ଓ .ଏସ. ଡି .ଶ୍ରୀଯୁକ୍ତ ରୋଷନ୍ ଶତପଥୀ , ଜିଲ୍ଲା ପରିଷଦ ଉପ ସଭାପତି ଶ୍ରୀ ଗୋପୀନାଥ ମହାରଣା,ଆରକ୍ଷୀ ଅଧିକ୍ଷକ, ଶ୍ରୀ ବିବେକାନନ୍ଦ ଶର୍ମା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀମତୀ କସ୍ତୁରୀ ଵାଳା ଜେନା,ଉପଜିଲ୍ଲାପାଳ,ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା , ବାଣପୁର ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଅମରେନ୍ଦ୍ର ରଣସିଂହ,ବି ଡି ଓ ଶ୍ରୀ ବିକାଶ କୁମାର ମହାନ୍ତି, ତହସିଲଦାର ଶ୍ରୀ ଟି ପଦ୍ମନାଭ ଡୋରା,ଡେପୁଟୀ କଲେକ୍ଟର ଶ୍ରୀ ଆର୍ତ୍ତତ୍ରାଣ ମଲ୍ଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ନରେନ୍ଦ୍ରପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସବିତା ଦାସ ପ୍ରମୁଖ ଯୋଗ ଦେଇ ଜନସାଧାରଣଙ୍କ ଆପତ୍ତି ଅଭିଯୋଗ ଗୁଡ଼ିକୁ ବିଚାର କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ l ଜନ ଶୁଣାଣି ଶିବିରକୁ ମୋଟ ,୧୩୧ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୧୩ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୧୮ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା l ସମସ୍ତ ଅଭିଯୋଗ ଗୁଡ଼ିକ ମଧ୍ୟରେ ୦୩ ଗୋଟି ଅଭିଯୋଗର ଅଭିଯୋଗ ସ୍ଥଳରେ ତତ୍କାଳ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ସଂପୃକ୍ତ ଅଧିକାରୀମାନେ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଶ୍ରୀ ଋତୁରାଜ ନିର୍ଦ୍ଦେଶ ଦେଇଥିଲେ l ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧ ଜଣଙ୍କୁ ୧୫ ହଜାର ଏବଂ ଅନ୍ୟ ୧ ଜଣଙ୍କୁ ୨୦ ହଜାର ଟଙ୍କା ଏବଂ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧ ଜଣଙ୍କୁ ୦୫ ହଜାର ଟଙ୍କା କୁ ନେଇ ମୋଟ ୩ ଜଣକୁ ୪୦ ହଜାର ଟଙ୍କା ଚିକିତ୍ସା ନିମନ୍ତେ ଜିଲ୍ଲାପାଳ ଶ୍ରୀ ଋତୁରାଜ ପ୍ରଦାନ କରିଥିଲେ l ପରେ ଜିଲ୍ଲାପାଳ ଓ ପ୍ରାଶାସନିକ ଅଧିକାରୀ ବୃନ୍ଦ ସରକାରଙ୍କର ବିଭିନ୍ନ ଅଗ୍ରଣୀ ଜନକଲ୍ୟାଣ ଯୋଜନା ଯଥା ସମନ୍ୱିତ ଶିଶୁ ବିକାଶ ଯୋଜନା, ଜନ ଔଷଧି ସ୍ୱାସ୍ଥ୍ୟ ମେଳା, ମିଶନ ଶକ୍ତି, ଓଡ଼ିଶା ମିଲେଟ୍ ମିଶନ , ପ୍ରାଣୀ ସମ୍ପଦ, ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆଦି ଷ୍ଟଲ ଗୁଡ଼ିକୁ ବୁଲି ଦେଖିଥିଲେ l ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି, ଖୋର୍ଦ୍ଧା, ସିବଲାଲ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ରଶ୍ମିତା ଦାସ,ସି ଏସ ଓ ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ, ଜିଲ୍ଲା ମଙ୍ଗଳ ଅଧିକାରୀ ଡ.ଗୀତାଂଶୁ ଦାଶ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣିଶ୍ରୀ ପଟ୍ଟନାୟକ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ l

0
0
0
s2sdefault