ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ , ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି , କତଳକଇଠା , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୭୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା -୧୭ ଗୋଟି ଓ ୨ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି , ସେଥିମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ତିନି ଜଣଙ୍କୁ ୭୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault