ହେଡଲାଇନସ୍:

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଗୁରୁ ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଭାରତର ଦ୍ଵିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି।
ଏହି ଅବସରରେ ବିଦ୍ୟାଳୟର ସହ- ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସନ୍ତୋଷ କୁମାର ପାଢ଼ୀ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ।ମହେନ୍ଦ୍ରଗିରି(ପୌର) ସରକାରୀ ହାଇସ୍କୁଲର ଅବସର ପ୍ରାପ୍ତ ସଂସ୍କୃତ ଆଚାର୍ଯ୍ୟ ଶ୍ରୀଯୁକ୍ତ ବିଶ୍ଵନାଥ ପଣ୍ଡାଙ୍କୁ ଅନୁଷ୍ଠାନର ବରିଷ୍ଠ ଉପଦେଷ୍ଟା ପୂଜ୍ୟ ମହନ୍ତ ଶ୍ରୀ ରାମାନନ୍ଦ ଦାଶ ଉପଢୌକନ , ପୁଷ୍ପଗୁଚ୍ଛ , ଶ୍ରୀଫଳ ଦେଇ ସମ୍ବର୍ଦ୍ଧିତ କରିଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାର , ଉପ- ସଭାପତି ଶ୍ରୀଯୁକ୍ତ ସଂଜୟ ଜେନା , ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ , ଯୁଗ୍ମ- ସମ୍ପାଦକ ବିଭୂତି ଭୂଷଣ ରଥ , କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ ଚନ୍ଦ୍ର ପାଢ଼ୀ , ସଦସ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ଓ ଶ୍ରୀମତୀ ସୁଜାତା ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ।
ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଗୁରୁଜୀ ଗୁରୁମାମାନଙ୍କୁ ଚନ୍ଦନ ତିଲକ ଲଗାଇ ପୂଜନ କରିଥିଲେ ଏବଂ ଗୁରୁଙ୍କ ଉଦ୍ଦେଶ୍ୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ ବୃନ୍ଦ ବିଦ୍ୟାଳୟର ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସେବକ ସେବିକା ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମର ଶେଷରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

0
0
0
s2sdefault