କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଆଜି ମହାକାଳପଡ଼ା ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଅଭିଯୋଗ ଶୁଣାଣିରେ ମୋଟ 130ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା | ସେଥିମଧ୍ୟରୁ ୩୨ଟି ସାମୁହିକ ହୋଇଥିବା ବେଳେ ୯୮ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା | ୩ ଜଣଙ୍କୁ ୧୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଛି | | ଏହି ଅଭିଯୋଗ ଶୁଣାଣିରେ ମାନ୍ୟବର ବିଧାୟକ ମହାକାଳପଡ଼ା ଦୁର୍ଗାପ୍ରସନ ନାୟକ,ଜିଲ୍ଲାପାଳ ରଘୁରାମ ଆର ଆୟର ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ,ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଡେପୁଟି କଲେକ୍ଟର ତୃପ୍ତି ମହାନ୍ତି ସମେତ ବ୍ଲକର ବିଡିଓ, ତହସିଲଦାର ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗର ଶୁଣାଣି କରିଥିଲେ | ସୂଚନା ଯେ,ଆସନ୍ତା ୨୨ ସେପ୍ଟେମ୍ବରରେ ଡେରାବିଶ ବ୍ଲକ କାର୍ଯାଳୟଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ |
ରାଜ୍ୟ
ମହାକାଳପଡ଼ା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।
- Hits: 3