ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ତାବରଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାବରଡ଼ା ଗ୍ରାମ ପଞ୍ଚାୟତ ସମେତ ବଡପଦା , କେ.ଝାଲରସିଂ ଓ ଖଜୁରୀପଦା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ-୯୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୬୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା - ୨୪ ଗୋଟି ଅଭିଯୋଗ ଆସିଥିଲା , ସେଥିମଧ୍ୟରୁ ଗୋଟିଏ ଅଭିଯୋଗକୁ ସମାଧାନ କରାଯାଇଛି। ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେଥିମଧ୍ୟରୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରପରୁ ୩ ଜଣଙ୍କୁ ପେନସନ ପ୍ରଦାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର ମୋନାଲିସା ଆଚାର୍ଯ୍ୟ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

0
0
0
s2sdefault