
ବେଲଗୁଣ୍ଠା-:(ଶିବରାମ ଚୌଧୁରୀ )-: ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତବାଲିଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ 2025-202 6 ଶିକ୍ଷାବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ଉଢୁରା ସି.ଆର୍.ସି.ସି ରମେଶ କୁମାର ପାଣିଗ୍ରାହୀ ସଭାକାର୍ଯ୍ୟ ପରିଚାଳନା କରିଥିଲେ । ବେଲଗୁଣ୍ଠା ବ୍ଳକ୍ ଅତିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢ଼ୀ ପ୍ରଦୀପ ପ୍ରଜ୍ପଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଞ୍ଜିତ କୁମାର ସାମଲ, ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସ୍ୱପ୍ନା କୁମାରୀ ଖଡ଼ଗରାୟ ଏବଂ ସମସ୍ତ ସହକାରୀ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ବିଦ୍ୟାଳୟର ସହକାରୀଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ଦାସ ମଞ୍ଚାସୀନ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୋକନ ଦେଇ ସମ୍ମାନୀତ କରିଥିଲେ । ଏହାପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ସମସ୍ତ ଅତିଥିମାନଙ୍କ ଦ୍ଵାରା ପୋଷାକ ବିତରଣ କରାଯାଇଥିଲା
ରାଜ୍ୟ
ବାଲିଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା
- Hits: 676











