ହେଡଲାଇନସ୍:

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ମାଲକାନଗିରି ରୁ ସୁରେନ୍ଦ୍ର ବେମାଳ: ଜିଲ୍ଲାପାଳଙ୍କ ପୁରୁଣା କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ , ବିଶିଷ୍ଟ ଅତିଥି ରୂପେ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ ଯୋଗ ଦେଇଥିଲେ। ଏହି ଅବସରରେ ସକାଳ ୫ ଟାରେ ସହରରେ ସୁଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ରାମଧୁନ ପରିବେଷଣ ହୋଇଥିଲା।ଅତିଥିଗଣ ସକାଳ ନଅ ଟାରେ ପୁରୁଣା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ସ୍ଥାପିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରି ସ୍ମୃତି ଚାରଣ କରିଥିଲେ । ମାଲ୍ୟର୍ପଣ କାର୍ଯ୍ୟକ୍ରମ ରେ ଅତିଥିମାନଙ୍କ ସହ ପରିବର୍ତ୍ତନ ଶିଶୁ ଗୃହର ଛାତ୍ର ଛାତ୍ରୀ , ବିଭିନ୍ନ ବିଦ୍ୟାଳୟର କୃତୀ ଛାତ୍ର ଛାତ୍ରୀ ଓ ସ୍ୱୟଂ ସହାୟିକା ଗୋଷ୍ଠୀ ର ମାଆ ମାନେ ଉପସ୍ଥିତ ଥିଲେ। ସର୍ବଧର୍ମ ପାର୍ଥନା ରେ ହିନ୍ଦୁ ଧର୍ମରୁ ଡଃ ସରୋଜ ଦାସ,ଖ୍ରୀଷ୍ଟିଆନ ଧର୍ମ ରୁ ଲାଲୁ ତୁଷାର ପାଣି ଓ ବୌଦ୍ଧ ଧର୍ମ ରୁ କେ ଦେଶୀ ରାଜୁ ଆଚାରୀ ଭାତୃଭାବ,ଅହିଂସା,ମାନବ କଲ୍ୟାଣ ଉପରେ ବିଶେଷ ମତ ରଖିଥିଲେ।
ମହାତ୍ମା ଗାନ୍ଧୀ ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ଅହିଂସା ମାର୍ଗକୁ ଆପଣାଇଥିଲେ ।ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ ।ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଉପସ୍ଥିତ ଅତିଥି ମାନେ ଆହୁରି ମଧ୍ୟ କହିଥିଲେ ଯେ ନିଜ ଆଖପାଖ ପରିସର ଯେପରି କି ଘର ପରିସର, ସ୍କୁଲ, ଅଫିସ ପରିସର କୁ ସ୍ବଚ୍ଛ, ପରିଷ୍କାର ରଖିବା, ଗରୀବମାନଙ୍କୁ ସହଯୋଗ କରିବା ଆଦି ଛୋଟ ଛୋଟ ପ୍ରୟାସ କରି ଗାନ୍ଧୀ ଜୀଙ୍କ ଆଦର୍ଶ କୁ ଅନୁସରଣ କରି ପାରିବା । ସେହିପରି ଗାନ୍ଧିଜୀଙ୍କ ଅଂହିସା, ସତ୍ୟ ଓ ଶାନ୍ତି ମାର୍ଗରେ ଅନୁପ୍ରାଣିତ ହେବା ପାଇଁ ଛାତ୍ରଛାତ୍ରୀଙ୍କୁ ଆହ୍ଵାନ କରାଯାଇଥିଲା । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ସ୍ବାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଗାନ୍ଧୀ ଜୟନ୍ତୀ ଅବସରରେ ପୂର୍ବରୁ ହାଇସ୍କୁଲ୍ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ କୃତକାର୍ଯ୍ୟ ପ୍ରତିଯୋଗୀଙ୍କୁ ଅତିଥି ଗଣ ସାର୍ଟିଫିକେଟ ଓ ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ଆୟୋଜନ କରିବାରେ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ସହଯୋଗ କରିଥିଲେ।

0
0
0
s2sdefault