ଜଗତସିଂହପୁର, ତା ୧୩.୧୦.୨୦୨୫-ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୨୧୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୯୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୨୦ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୨୦ ଟି, ଆବାସ ଯୋଜନା ସମ୍ପର୍କୀୟ ୬୪ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୫୨ ଟି, ପୋଲିସ୍ ସହାୟତା ପାଇବା ପାଇଁ ୧ ଟି,ଭତ୍ତା ପାଇବା ପାଇଁ ୧୦ ଟି ଏବଂ ଅନ୍ୟାନ୍ୟ ୪୫ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ , ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା ,ଶ୍ରୀ ଦାଶରଥି ଜେନା , ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ, ତିର୍ତ୍ତୋଲ ଶ୍ରୀ ଚିନ୍ମୟ ରାଉତ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ରାଜ୍ୟ
ଏରସମା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
- Hits: 7