ପୋଲିସ ସବ୍‌-‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତି: ସି.ବି.ଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ବର,୨୨.୧୦.୨୫: ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇ କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି ।

0
0
0
s2sdefault