ହେଡଲାଇନସ୍:

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ଓ ଏକତା ପଦଯାତ୍ରା ପ୍ରସ୍ତୁତି ବୈଠକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ଶୁକ୍ରବାର ) ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଠାରେ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଓ ଏକତା ପଦଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି।
ଏହି ପ୍ରସ୍ତୁତି ବୈଠକରେ ଆସନ୍ତା ନଭେମ୍ବର ୭ ତାରିଖ ଦିନ ସକାଳ ୬:୩୦ ଘଟିକା ସମୟରେ ବି.ଏନ.ପେଲେସ୍ ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉକ୍ତ ଦିନ ବି.ଏନ.ପେଲେସ୍ ଠାରୁ ଏକତା ପଦଯାତ୍ରା ବାହାରି ସହର ପରିକ୍ରମା କରାଯିବ।
ଏହି ଅବସରରେ ୬ କିଲୋମିଟର ପଦଯାତ୍ରାରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ , ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତରେ ପଦଯାତ୍ରା ଆୟୋଜିତ ହେବ। ଏହି ସମୟରେ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ , ସ୍ଥାନୀୟ ଉତ୍ପାଦ ଦ୍ରବ୍ୟ ଗୁଡ଼ିକର ପ୍ରଦର୍ଶନ , ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମ , ସଫେଇ କାର୍ଯ୍ୟକ୍ରମ ,ଏକ ଭାରତ-ଆତ୍ମନିର୍ଭର ଭାରତ କାର୍ଯ୍ୟକ୍ରମ , ଶପଥ ପାଠ କାର୍ଯ୍ୟକ୍ରମ , ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବା।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନିଜ ଜୀବନକୁ ଦେଶର ସ୍ୱାଧୀନତା ପାଇଁ ଉତ୍ସର୍ଗ କରିଥିଲେ , ସ୍ୱାଧୀନତା ପରେ ପଟେଲ ନିଜର କୌଶଳ ଓ ଶକ୍ତି ବଳରେ ଦେଶକୁ ସଙ୍କଟ ପରିସ୍ଥିତିରୁ ବଞ୍ଚାଇଥିଲେ। ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିଥିଲେ।
ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ୍ଣ ଥିଲା। ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ। ସ୍ୱାଧୀନତା ସମୟରେ ଭାରତର ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା , ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ର ଉପାଧି ମିଳିଥିଲା , ସେଥିପାଇଁ ସେ ଚୀର ନମସ୍ୟ ହୋଇରହିବେ। ଉକ୍ତ କାର୍ଯ୍ୟକ୍ରମକୁ ନେଇ ମାନ୍ୟବର ସାଂସଦ ବ୍ରହ୍ମପୁରଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ମଧ୍ଯ ଅନୁଷ୍ଠିତ ହୋଇଯାଇଅଛି।
ଉକ୍ତ ବୈଠକରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ , ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା , ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ
ପ୍ରଶାସକ , ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

0
0
0
s2sdefault