ହେଡଲାଇନସ୍:

ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ; ପରୀକ୍ଷା ଦେଲେ ୨୧୫୩ ଜଣ ଶିକ୍ଷାର୍ଥୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ସରକାରଙ୍କ ନିର୍ଦ୍ଦେଶକ୍ରମେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ନିରକ୍ଷର ଲୋକଙ୍କୁ ସାକ୍ଷର କରାଇବା ପାଇଁ ବେଲଗୁଣ୍ଠା ବ୍ଲକ୍ ରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହିତ ଏହାର ପରୀକ୍ଷା ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି I ବ୍ଳକ୍ ର ୧୦୦ ଟି ବିଦ୍ୟାଳୟରେ ଅନୁଷ୍ଠିତ ପରୀକ୍ଷା କେନ୍ଦ୍ରରେ ୨୧୫୩ ଜଣ ଶିକ୍ଷାର୍ଥୀ ପରୀକ୍ଷା ଦେଇଥିଲେ I ବେଲଗୁଣ୍ଠା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ପ୍ରତିଭା ରଥ ଏବଂ ଗୋବିନ୍ଦ ଚନ୍ଦ୍ର ପାଢୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ପରୀକ୍ଷାକୁ ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା କରିଥିବା ବେଳେ ସ୍ଥାନୀୟ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନେ ପରୀକ୍ଷା କେନ୍ଦ୍ର ଗୁଡ଼ିକୁ ପରିଦର୍ଶନ କରି eharw ତଦାରଖ କରିଥିଲେ I

0
0
0
s2sdefault