ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୫ ପାଳନ ଅବସରରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ସାଧୁତାର ଶପଥ ପାଠ କରାଯାଇଥିଲା।
ଏହି ପରିପେକ୍ଷୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସମସ୍ତ ବିଭାଗୀୟ ଅଧିକାରୀ ଓ ସମସ୍ତ କର୍ମଚାରୀମାନେ ଦୁର୍ନୀତି ନିବାରଣ ସଚେତନତା ଉପରେ ଶପଥ ପାଠ ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ଅଧିକାରୀଙ୍କୁ ଶପଥ ପାଠ କରାଇ ଦୁର୍ନିତି ନିବାରଣ ଦିଗରେ ସରକାରଙ୍କ ଦ୍ୱାରା କରାଯାଇଥିବା ସମସ୍ତ ବ୍ୟବସ୍ଥା କୁ କଡାକଡି ପାଳନ କରିବା ଉପରେ ଗୁରୁତ୍ଵ ଦେଇଥିଲେ। ଏହି ଦିଗରେ ସମସ୍ତ ନାଗରିକ ଓ ଜନସାଧାରଣ ମାନଙ୍କୁ ସଚେତନତା ହେବା ସହ ସମସ୍ତଙ୍କ ମିଳିତ ଉଦ୍ୟମରେ କିପରି ଦେଶ ରୁ ଦୁର୍ନୀତିର ମୁଳୋଉତ୍ପାଟନ ହୋଇପାରିବ ଓ ପ୍ରତ୍ୟେକ ନାଗରିକ ସର୍ବଦା ସତର୍କତା ସହିତ ସର୍ବାଧିକ ସାଧୁତା , ସ୍ଵଚ୍ଛତା ଓ ସତ୍ୟନିଷ୍ଠ ରେ ପ୍ରତିବନ୍ଧିତ ରହି କାର୍ଯ୍ୟ କରିପାରିବେ ସେ ସଂପର୍କରେ ଶପଥ କରାଯାଇଥିଲା।
ଏହି ଅବସରରେ ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗର ମିଳିତ ଆନୁକୂଲ୍ୟରେ ଅକ୍ଟୋବର ୩୦ ତାରିଖରେ ସକାଳ ୧୧ ଘଟିକାରେ ସମୟରେ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ସଚେତନତା ସଭା ଓ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସୋଲମନ ରାଇକା , ସହକାରୀ ଜିଲ୍ଲାପାଳ ଶ୍ରୀ ଜଗନ୍ନାଥ ପାଢ଼ୀ , ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ସୁହାନସ୍ ଭୋଇ , ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗଜପତି ପ୍ରଦୀପ୍ତ ଗୁରୁମାଇ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
ରାଜ୍ୟ
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ
- Hits: 13











