ବ୍ରହ୍ମପୁର: ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ରକ୍ତଚାପ ସଚେତନତା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ରକ୍ତଚାପ ରୋଗର କାରଣ ନିରାକରଣ ସମ୍ବନ୍ଧରେ ବୁଝାଇଥିଲେ l ଆମିଷ,ପନିର, ଅଶୁଦ୍ଧ କ୍ଷୀର,ଘିଅ, ପୋଡ଼ାତେଲ ଛଣାଖାଦ୍ୟ, ଧୂମପାନ,ମଦ୍ୟପାନ,ମେଦବୃଦ୍ଧି, ଚିନ୍ତା, କ୍ରୋଧ ଦ୍ଵାରା ରକ୍ତଚାପ ହୁଏ l
ଏହି ସବୁ ତ୍ୟାଗ କରି ସାତ ଘଣ୍ଟା ଶୋଇବେ,ସକାଳ ସନ୍ଧ୍ୟା ଅଧା ଘଣ୍ଟା ଲେଖାଏଁ ଧ୍ୟାନ କରିବେ,ଉଚ୍ଚ ରକ୍ତଚାପରେ ସର୍ପଗନ୍ଧା ମୂଳ, ଅର୍ଜୁନ ଛାଲି କ୍ୱାଥ,ପଦ୍ମମଞ୍ଜି ସେବନ କଲେ ରକ୍ତଚାପ ସହ ହୃଦ୍ରୋଗ ମଧ୍ଯ ଭଲ ହୋଇଯାଏ l
ଏହି ଅବସରରେ ରୋଗୀଙ୍କ ନାଡୀ,ରକ୍ତଚାପ, ରକ୍ତଶର୍କରା,ଗଣ୍ଠିବାତ, ଅମ୍ଳପିତ୍ତ,ସ୍ତ୍ରୀ ରୋଗ, ଚର୍ମରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ l ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଅନୁରୋଧ କରିଛନ୍ତି । ଡ଼l. ନକୁଳ ସାହୁ, ଫୋନ 9861450612,
ରାଜ୍ୟ
ରକ୍ତଚାପ ସଚେତନ ଓ ସ୍ଵାସ୍ଥ୍ୟ ଶିବିର
- Hits: 12











