ହେଡଲାଇନସ୍:

ରାଷ୍ଟ୍ରୀୟ ଗୀତ 'ବନ୍ଦେ ମାତରମ'ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସାମୂହିକ ଗାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଲିଖିତ ଓ ଭାରତର ରାଷ୍ଟ୍ରୀୟ ଗୀତ 'ବନ୍ଦେ ମାତରମ" ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସାରା ଦେଶରେ ଶ୍ରଦ୍ଧାର ସହିତ ପାଳନ କରାଯାଇଛି।
ଏହି ଅବସରରେ ଗଜପତି ଜିଲ୍ଲାରେ ମଧ୍ୟ ସମସ୍ତ ବିଭାଗ ପକ୍ଷରୁ ଗାନ କରାଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ , ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା , ଉପ-ଜିଲ୍ଲାପାଳ , ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଓ ଅନ୍ୟାନ୍ୟ ଅଧିକାରୀ ଙ୍କ ଉପସ୍ଥିତିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସକାଳ ୯:୩୫ ରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟର ସିଧା ପ୍ରସାରଣ କରାଯାଇଥିଲା। ଏହାପରେ ସକାଳ ୧୦ ଘଟିକା ସମୟରେ ରାଷ୍ଟ୍ର ଗୀତ ଗାନ କରାଯାଇଥିଲା।
​ଏହି କାର୍ଯ୍ୟକ୍ରମ ସମସ୍ତ ବ୍ଲକ୍ , ତହସିଲ ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ମଧ୍ୟ ପାଳିତ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ , ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସୋଲମନ୍ ରାଇକା ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

0
0
0
s2sdefault