ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ କୁମୁଲାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀନ୍ଦ୍ର ହନେନାଗା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ କାନ୍ତ ମହାନ୍ତି , ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ବୀରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କୁମୁଲାସିଂ ଗ୍ରାମ ପଞ୍ଚାୟତ ସମେତ ରାୟଗଡ , ସାନତୁଣ୍ଡି ଓ ମାର୍ଲବା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୮୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା - ୩୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୫୧ ଗୋଟି ଅଭିଯୋଗ ଆସିଥିଲା ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ବିଭାଗ ତରଫରୁ ୫ ଜଣଙ୍କୁ ପେନସନ୍ କାର୍ଡ ବଣ୍ଟନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ , ପଞ୍ଚାୟତ ସମିତି ଉପ ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ରଞ୍ଜନ ପାଣି , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ୍ , ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

0
0
0
s2sdefault