( କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବାଇଗଣ ବାଡି ଛକ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ବାଲି ଟ୍ରକ୍ କୁ ପିଟି ହୋଇ କୁମାର ଚନ୍ଦ୍ର ବେହେରା ( ଜିତୁ) ନାମକ ଜଣେ ଯୁବକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି ।
ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ଯୁବକଙ୍କ ଘର ଟାଉନ୍ ଥାନା ଅର୍ନ୍ତଗତ ଗେଟ୍ ବଜାର ବ୍ୟାଙ୍କ କଲୋନୀ ଓ ସେ ମୋଟରସାଇକେଲ ଯୋଗେ ମୋହନା ଅଞ୍ଚଳରୁ ନିଜ ଘରକୁ ଫେରୁଥିବା ବେଳେ ଏହି ଭଳି ଘଟଣାର ସମ୍ମୁଖୀନ ହୋଇଥିଲେ । ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇ ଥିଲେ ଓ ଚିକିତ୍ସାଧୀନ ଅବସ୍ଥାରେ କର୍ତ୍ତବ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଟ୍ରକ୍ ଓ ମୋଟରସାଇକେଲ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ରାଜ୍ୟ
ଟ୍ରକ୍ କୁ ପିଟି ହୋଇ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ
- Hits: 7











