ହେଡଲାଇନସ୍:

ଆକାଂକ୍ଷା ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମ ସମୀକ୍ଷା ବୈଠକ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଶ୍ରୀମତୀ ରୂପା ମିଶ୍ର , ଯୁଗ୍ମ ସଚିବ , ସ୍ବଚ୍ଛ ଭାରତ ମିଶନ , ଗୃହ ଓ ସହରୀ ବିକାଶ ମନ୍ତ୍ରଣାଳୟ , ଭାରତ ସରକାର ଦୁଇ ଦିନିଆ ଜିଲ୍ଲା ଗସ୍ତରେ ଆସି ଆଜି ଅପରାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାର ଆକାଂକ୍ଷା ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମର ବିଭିନ୍ନ ଯୋଜନା ବିଷୟରେ ସମୀକ୍ଷା କରିଥିଲେ।
ଏହି ସମୀକ୍ଷା ବୈଠକରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ତଥା ସ୍ୱାସ୍ଥ୍ୟ , ଶିକ୍ଷା , କୃଷି , ଆର୍ଥିକ ସମାବେଶ , ମୌଳିକ ସୁବିଧା ଓ ଦକ୍ଷତା ବିକାଶ ଭଳି , ଅମୃତ ସରୋବର ଯୋଜନା , ମହାତ୍ମା ଗାନ୍ଧୀ ଗ୍ରାମୀଣ ଆତ୍ମନିଯୁକ୍ତି କର୍ମ ନିଯୁକ୍ତି ଯୋଜନା , ଦକ୍ଷତା ବିକାଶ , ଇଣ୍ଟର୍ନେଟ୍ ଓ ରାସ୍ତା ଇତ୍ୟାଦି ବିଷୟରେ ସମୀକ୍ଷା କରାଯାଇଥିଲା।
ଏହି ସମୀକ୍ଷା ବୈଠକରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିନ୍ଦ୍ର ହନେନାଗା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ଵୀରାଜ ମଣ୍ଡଳ ଓ ଉପ ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ।
ଆଜିର ସମୀକ୍ଷା ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଅଲ୍ଲୀ , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଏମ. ପ୍ରକାଶ ରାଓ , ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ମାୟାଧର ସାହୁଙ୍କ ସମେତ ସମସ୍ତଲାଇନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀଗଣ ପ୍ରମୁଖ ଉପସ୍ଥିତ ଥିଲେ।

0
0
0
s2sdefault