ହେଡଲାଇନସ୍:

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନବରଙ୍ଗପୁର, ୩/୧୨/୨୦୨୫:ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଫଳ ଓ ବିସ୍କୁଟ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ ସଚିବ ଶାଶ୍ଵତୀ ମିଶ୍ର ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ଭାବେ ଡକ୍ଟର ସୁକାନ୍ତ ଶତପଥି, ଅତିରିକ୍ତ ଜିଲ୍ଲା ଚିକିତ୍ସଧିକାରୀ , ନବରଙ୍ଗପୁର, ଡକ୍ଟର ଅଳକା ମିଶ୍ର, ନବରଙ୍ଗପୁର, ଉପ ମୁଖ୍ୟ ଏଲ. ଏ. ଡ଼ି .ସି, ରାଜ କିଶୋର ନାଗ ଓ ଆଶା କିରଣ ସ୍କୁଲର ଅଧକ୍ଷ୍ୟ ଜଗନ୍ନାଥ ବେହେରା ଯୋଗ ଦେଇଥିଲେ ଓ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସର ମହତ୍ଵ ବିଷୟରେ ଭିନ୍ନକ୍ଷମ ପିଲାଙ୍କୁ ବୁଝାଇଥିଲେ ଏହା ସହ ନାଚ ଗୀତ ମାଧ୍ୟମରେ ଭିନ୍ନକ୍ଷମ ଦିବସ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା ।

0
0
0
s2sdefault