ସୁବର୍ଣ୍ଣପୁର,ଶାସକ ପ୍ରଶାସକ(ପ୍ରକାଶ କୁମାର ହାତୀ )ଆଜି ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ - ୨୦୨୫ ପାଳନ ଅବସରରେ ପୂର୍ବାହ୍ନ ୯.୩୦ ଘଟିକା ସମୟରେ ସୁବର୍ଣ୍ଣପୁର ଡି.ଡି.ଆର୍.ସି କାର୍ଯ୍ୟାଳୟ ଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ତହସିଲ ଅଫିସ ଛକ, ପୁରୁଣା ଡାକ୍ତରଖାନା ଛକ, ନଳିନୀ ଛକ ଦେଇ ନୂତନ ଟାଉନ ହଲ ଠାରେ ପହଞ୍ଚିଥିଲା। ଏହି ଶୋଭାଯାତ୍ରାରେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍ଵତନ୍ତ୍ର ଭିନ୍ନକ୍ଷମ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ ଓ ଭିନ୍ନ ପ୍ରକାର ସ୍ଲୋଗାନ ମାଧ୍ୟମରେ ଜନସାଧାରଣ ଙ୍କୁ ସଚେତନ କରାଇଥିଲେ। ଏହି ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ, ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ପରେ ଟାଉନ ହଲ ଠାରେ ପୂର୍ବାହ୍ନ ୧୦.୩୦ ଘଟିକା ସମୟରେ ଜିଲ୍ଲାର ବିଭିନ୍ନ ସ୍ଵତନ୍ତ୍ର ଭିନ୍ନକ୍ଷମ ବିଦ୍ୟାଳୟ ଗୁଡିକରୁ ଆସିଥିବା ଭିନ୍ନକ୍ଷମ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ସେମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭା ଗୁଡିକୁ ଗୀତ, ନାଚ, ଅଭିନୟ ଏକାକୀ ଓ ଦଳଗତ ଭାବରେ ପ୍ରଦର୍ଶନ କରିଥିଲେ। ଏକ ସଭା ଟାଉନ ହଲ ଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ଦେବାଶିଷ ଦାଶ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ ଉଷାରାଣୀ ଦାଶ ଓ ଅର୍ଜୁନ ମାଝୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ ।ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ - ୨୦୨୫ ଉପଲକ୍ଷେ ସେମାନଙ୍କର ବାର୍ତ୍ତା ଅଭିଭାଷଣ ମାଧ୍ୟମରେ ପ୍ରକାଶ କରିଥିଲେ। ଶେଷରେ ଗତ ତା ୦୨.୧୨.୨୦୨୫ ରିଖ ଦିନ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା କ୍ରୀଡ଼ା ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି ଦିବସ ପାଳନ ପାଇଁ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟର କର୍ମଚାରୀମାନଙ୍କ ସମେତ ଜିଲ୍ଲା ସମସ୍ତ ବ୍ଲକର ବ୍ଲକ ସ୍ତରୀୟ ସାମାଜିକ ସୁରକ୍ଷା ଅଧିକାରୀ ବୃନ୍ଦ ଓ କର୍ମଚାରୀମାନେ ସହଯୋଗ କରିଥିଲେ। ଏହି ଅବସରରେ ଜିଲ୍ଲା ବିଭିନ୍ନ ସମ୍ବାଦପତ୍ର ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ।
ରାଜ୍ୟ
ସୁବର୍ଣ୍ଣପୁର ଜିଲ୍ଲାଠାରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ।
- Hits: 6











