ପଦମପୁର - ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ ପ୍ରକୃତି, ନଦନଦୀ, ବୃକ୍ଷଳତାକୁ ଉପାସନା କରିବାର ଧାରା ରହି ଆସିଛି । ପଦ୍ମପୁରର ଜୀବନ ଧାରା ବୋଲାଉଥିବା ଅଙ୍ଗ ନଦୀରେ ଗୁରୁବାର ମାର୍ଗଶିର ପୂର୍ଣିମା ଅବସରରେ ସନ୍ଧ୍ୟା ୬ ଘଣ୍ଟା ସମୟରେ ଐତିହାସିକ ୧୬ଶ ଅଙ୍ଗ ଆଳତୀ କରାଯାଇଅଛି । ଦିବ୍ୟଜ୍ୟୋତି ନୃସିଂହ ପଞ୍ଜିକାର ଗଣନାକାର ପଣ୍ଡିତ ଶ୍ରୀ ଆଶୁତୋଷ ପାଣିଗ୍ରାହୀ ଜ୍ୟୋତିଷ ପ୍ରବୀଣଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ମହୁଲପାଲି ସ୍ଥିତ ଶିବ ମନ୍ଦିର ଘାଟରେ ଅଙ୍ଗ ଆଳତୀ ଅନୁଷ୍ଠିତ ହୋଇଛି । ମୁଖ୍ୟ କର୍ତ୍ତା ଭାବରେ ଶ୍ରୀ ଉତ୍ତମ ରଣା ସହଧର୍ମିଣୀ ସୀମା ରଣା କର୍ତ୍ତା ଦାୟିତ୍ୱ ତୁଲାଇଥିଲେ । ଏହି ଆଳତୀ ସମୟରେ ଘଣ୍ଟ,ଶଙ୍ଖ ଓ ବ୍ରାହ୍ମଣ ମାନଙ୍କ ଦ୍ୱାରା ବୈଦିକ ମନ୍ତ୍ରପାଠ ସମଗ୍ର ପରିବେଶକୁ ମୁଖରୀତ କରିଥିଲା । ଏହି ଅବସରରେ ପଣ୍ଡିତ ହିମାଂଶୁ ଦାଶ, ଆନନ୍ଦ ମିଶ୍ର, ଅନିଲ ପଣ୍ଡା, ବାବୁଲ ପଣ୍ଡା, ଦୀପକ ଭୋଇ, ଭବାନୀ ଶଙ୍କର ମହାପାତ୍ର, ଦୁଷ୍ମନ୍ତ ସାହୁ, ମଣ୍ଟୁ ଦାସ, ପୂର୍ଣ୍ଣ ମେହେର, ଅନାଦି ସାହୁ, ତୁଳରାମ ସାହୁ, ଜଗବନ୍ଧୁ ବଡଗୁଛିଆ, ମନ ବାଗ, ଟୁନା ସାହୁ, ପ୍ରଶାନ୍ତ ସାହୁ, ପଞ୍ଚମ ସାହୁ, ଅକ୍ଷୟ ଦାଶ, ପ୍ରଦୀପ ସାହୁ, ନାରାୟଣ ପଣ୍ଡା, ସନ୍ତୋଷ କୁମାର ପଣ୍ଡା, ବାବୁଲାଲ ସାହୁ ଓ ମହୁଲପାଲି ଗ୍ରାମର ମାତୃ ମଣ୍ଡଲି ଉପସ୍ଥିତ ରହି ଆଳତୀ କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ । ପରିଶେଷରେ ଭକ୍ତ ମାନଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା ।
ରାଜ୍ୟ
ଜଗତ କଲ୍ୟାଣ ପାଇଁ ମହୁଲପାଲି ଠାରେ ଶୋଡ଼ଶ ଅଙ୍ଗ ଆଳତୀ
- Hits: 4











