ହେଡଲାଇନସ୍:

ବାଲିକୁଦା ବ୍ଲକ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବାଲିକୁଦା, ଶାସକ ପ୍ରଶାସକ ( ବିଚିତ୍ର ରଞ୍ଜନ ସାହୁ) : ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୫୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୦ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୩ ଟି, ଆବାସ ସମ୍ପର୍କୀୟ ୧୧ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୦ ଟି, ପୋଲିସ ସହାୟତା ପାଇବା ପାଇଁ ୧ ଟି,ପେନସନ ପାଇବା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୧୭ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାଲିକୁଦା, ଶ୍ରୀ ସାଗର କୁମାର ନନ୍ଦ, ତହସିଲଦାର,ବାଲିକୁଦା ଶ୍ରୀ ବିକାଶ ରଞ୍ଜନ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

0
0
0
s2sdefault