ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀନ୍ଦ୍ର ହନେନାଗା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୁଲୁବା ଗ୍ରାମ ପଞ୍ଚାୟତ ସମେତ ଡେଙ୍ଗାସ୍ଖଳ , ବିରିକୋଟ ଓ ମାଣ୍ଡିମେରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୪୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା - ୪୪ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୧୦୨ ଗୋଟି ଅଭିଯୋଗ ଆସିଥିଲା , ସେଥିମଧ୍ୟରୁ ୪ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି।
ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ , ତହସିଲଦାର , ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 9











