ହେଡଲାଇନସ୍:

ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ୨୮ ତମ କ୍ରୀଡ଼ା ଉତ୍ସବ ଉଦ୍ଘାଟିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ୨୮ ତମ କ୍ରୀଡ଼ା ଉତ୍ସବ ଉଦ୍ଘାଟିତ ହୋଇଯାଇଛି I ଅନୁଷ୍ଠାନ ପରିଚାଳନା କମିଟି ସମ୍ପାଦକ ସୀମାଞ୍ଚଳ ପୃଷ୍ଟିଙ୍କ ଅଧ୍ୟକ୍ଷତା ତଥା ପ୍ରଧାନ ଆଚାର୍ଯ୍ୟା ସସ୍ମିତା ମାଝୀଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ଉଦ୍ଘାଟକ ରୂପେ ଗାଙ୍ଗପୁର ଥାନା ଅଧିକାରୀ ବନବିହାରୀ ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ସୋରଡା ବିଧାୟକ ପ୍ରତିନିଧି ତଥା ଯୁବ ସମାଜସେବୀ ଜିତେନ୍ଦ୍ର କୁମାର ନାୟକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଗାଙ୍ଗପୁର ଗ୍ରାମ୍ୟ ପରିଚାଳନା କମିଟି ସଭାପତି ଶଙ୍କର୍ଷଣ ବିଷୋୟୀ,ଗାଙ୍ଗପୁର ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର କୁମାର ଡାକୁଆ, ପୂର୍ବତନ ସଭାପତି ନିତ୍ୟାନନ୍ଦ ବିଷୋୟୀ,ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସନ୍ତୋଷ କୁମାର ବିଷୋୟୀ,ରତ୍ନାକର ନାୟକ, ପ୍ରକାଶ ଚନ୍ଦ୍ର ବିଷୋୟୀ, ଦିବାକର ବିଷୋୟୀ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ କ୍ରୀଡ଼ାର ମହତ୍ତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ I ଆଜି ସାତଟି ବିଭାଗରେ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତା ସୋମବାର ଦିନ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହେବ I ଅନୁଷ୍ଠାନର କ୍ରୀଡ଼ା ଶିକ୍ଷକ ଦେବାଶିଷ ବିଷୋୟୀ,ସାଂସ୍କୃତିକ ପରିଷଦ ମୁଖ୍ୟ ମିଥୁନ୍ ନାୟକ,ବରିଷ୍ଠ ଗୁରୁଜୀ ଗଣେଶ ସାହୁ, ପବିତ୍ର ମୋହନ ବିଷୋୟୀ ପ୍ରମୂଖ ଏହି ପ୍ରତିଯୋଗିତାକୁ ପରିଚାଳନା କରିଥିବାବେଳେ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ପ୍ରଧାନ ଆଚାର୍ଯ୍ୟା ସସ୍ମିତା ମାଝୀ ଧନ୍ୟବାଦ ଜ୍ଞାପନ କରିଥିଲେ I

0
0
0
s2sdefault