ହେଡଲାଇନସ୍:

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଅଷ୍ଟାଦଶତମ ବାର୍ଷିକଉତ୍ସବ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସ୍ଥିତ ବେଲଗୁଣ୍ଠା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଅଷ୍ଟାଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠାନ ସଭାପତି ବିଜୟ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରି ଲୋପାମୁଦ୍ରା ରଥ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଶିକ୍ଷା ବିକାଶ ସମିତି ଦକ୍ଷିଣ- ପୂର୍ବ ସମ୍ଭାଗ ସମ୍ପାଦକ ଦୀପକ କୁମାର ମହାରଣା ଯୋଗ ଦେଇଥିଲେ I ସେହିପରି ସମ୍ମାନିତ ଅତିଥି ରୂପେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ, ସ୍ଥାନୀୟ ସିଆରସିସି ରମେଶ କୁମାର ପାଣିଗ୍ରାହୀ ,ପ୍ରଧାନ ଆଚାର୍ଯ୍ୟ ଆଦିତ୍ୟ ପ୍ରସାଦ ମହାପାତ୍ର,ଅନୁଷ୍ଠାନ ସମ୍ପାଦକ ପବିତ୍ର କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ I ଉପସ୍ଥିତ ଅତିଥି ମାନେ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ଉତ୍ସଵର ମହତ୍ତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିବା ସହିତ ବିଭିନ୍ନ ଶୈକ୍ଷିକ ଏବଂ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ I ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ଏହି କାଯ୍ୟକ୍ରମ ରେ ଅନୁଷ୍ଠାନ ର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ l

0
0
0
s2sdefault