ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ହାଡୁଭଙ୍ଗ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ହାଡୁଭଙ୍ଗ ଗ୍ରାମ ପଞ୍ଚାୟତ ସମେତ କିଡିଗାଁ , ଖରଡ଼ା ଓ କେ.ସିତାପୁର ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ-୪୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୧୯ ଗୋଟି ଅଭିଯୋଗ ଆସିଥିଲା। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ , ତହସିଲଦାର , ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠତ
- Hits: 9











